garlic for health

ଥଣ୍ଡା ଜନିତ ସମସ୍ୟା, ଆଣ୍ଠୁଗଣ୍ଠି ଯନ୍ତ୍ରଣା, ଶ୍ୱାସ,  ଅନିଦ୍ରା, ଖାଦ୍ୟ ହଜମ ନହେଉଥିବା ସମସ୍ୟା ପାଇଁ ରସୁଣ ବେଶ୍ ଉପକାରୀ।

କଞ୍ଚା ରସୁଣ ଖାଇବାକୁ ସବୁ ଲୋକେ ପସନ୍ଦ କରନ୍ତି ନାହିଁ। କିନ୍ତୁ ଏହି ସ୍ୱାଦହୀନ ଖାଦ୍ୟ ଶରୀରକୁ ସୁସ୍ଥ ରଖିବାରେ ଭୂମିକା ଖୁବ୍‌ ଗୁରୁତ୍ତ୍ୱପୂର୍ଣ୍ଣ।

ଶ୍ୱାସ ସମସ୍ୟା

ଶ୍ୱାସ ସମସ୍ୟା ଥିଲେ ପ୍ରତିଦିନ ତିନିରୁ ଚାରି କୋଲା ରସୁଣ ଚୋବାଇ ଖାଆନ୍ତୁ ଏବଂ ନିମୋନିଆ ଲକ୍ଷଣ ଆରମ୍ଭ ହେଉଥିଲେ କ୍ଷୀରରେ ରସୁଣ ସିଝାଇ ଦିନକୁ ଦୁଇରୁ ତିନିଥର ପିଅନ୍ତୁ। ନିହାତି ଭାବରେ ଆମକୁ ଶ୍ୱାସ ସମସ୍ୟାରୁ ମୁକ୍ତି ମିଳିବ।

ଅଧିକ ପଢ଼ନ୍ତୁ: କାହିଁକି ହୁଏ ରୁମାଟଏଡ୍ ଆର୍ଥ୍ରାଇଟିସ୍?

ରକ୍ତରେ କୋଲେଷ୍ଟ୍ରୋଲ୍‌ର ମାତ୍ରା ବୃଦ୍ଧି

ରକ୍ତରେ କୋଲେଷ୍ଟ୍ରଲ୍‌ର ମାତ୍ରା ବଢ଼ିଲେ ହୃଦ୍‌ ଜନିତ ସମସ୍ୟା ଆରମ୍ଭ ହୁଏ। ଧମନୀରେ ରକ୍ତ ସୂଚାରୁ ରୂପେ ସଞ୍ଚାଳନ ହୋଇପାରେ ନାହିଁ। ତେବେ ରକ୍ତରେ କୋଲେଷ୍ଟ୍ରଲର ମାତ୍ରା କମ୍‌ କରିବା ପାଇଁ ରସୁଣ ଆମର ବହୁତ ଉପକାରରେ ଲାଗିଥାଏ।

ଆଣ୍ଡୁ ଗଣ୍ଠି ଜନିତ ଯନ୍ତ୍ରଣା ସମସ୍ୟା

ଆଣ୍ଡୁ ଗଣ୍ଠି ଜନିତ ଯନ୍ତ୍ରଣା ସମସ୍ୟା ଥିଲେ ଔଷଧ ଅପେକ୍ଷା ରସୁଣ ତୁରନ୍ତ କାମ କରେ।

ଅନିଦ୍ରା

ଅନିଦ୍ରା ପରି ସମସ୍ୟା ଥିଲେ ଶୋଇବା ପୂର୍ବରୁ ଏକ ଗ୍ଲାସ୍‌ କ୍ଷୀର ସହିତ ରସୁଣକୁ ମିଶାଇ ପିଅନ୍ତୁ । ଅଳ୍ପ କିଛିଦିନ ଏହି ଅଭ୍ୟାସ କରିବା ଦ୍ୱାରା ଆମେ ସୁନିଦ୍ରା ପାଇପାରିବା।

କଫ

ଯଦି କଫ ଜମି ଖାସ ହେଉଛି ତେବେ କ୍ଷୀରରେ ରସୁଣ, ଟିକେ ହଳଦୀ ପକାଇ ଫୁଟାଇ ପିଇବା ଦ୍ୱାରା କଫ କାସରୁ ଆରାମ ମିଳିବ ସହିତ ଏହା କଫ୍ ସିରଫ ଠାରୁ ମଧ୍ୟ ଶୀଘ୍ର ଆରାମ ଦେବ।

ଖାଦ୍ୟ ହଜମ ନହେବା

ଖାଦ୍ୟ ହଜମ ହେଉନଥିଲେ ଏକ ଗ୍ଲାସ ଉଷୁମ କ୍ଷୀରରେ ରସୁଣକୁ ପକାଇ ପିଇବାକୁ ଭୁଲନ୍ତୁ ନାହିଁ। ଏହା ହଜମ ଶକ୍ତି ବଢାଇବା ସହ ଶରୀର ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବଢାଇଥାଏ।