ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଣାୟତ୍ତ ହେବାରେ ଲାଗିଛି। ରାଜ୍ୟରୁ ଏବେ ଲଗାତାର ୬ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ସୂଚନା ଓ ଲୋକସମ୍ପର୍କ ବିଭାଗର ତଥ୍ୟ ଅନୁସାରେ ଆଜି ରାଜ୍ୟରୁ ୬୫୯୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରର ୩୮୨୭ ଜଣ ହୋଇଥିବାବେଳେ, ୨୭୭୨ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।
ଆଜି ସର୍ବାଧିକ ୯୫୮ ପଜିଟିଭ୍ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ, ନୂଆପଡ଼ା ଜିଲ୍ଲାରୁ ୫୫୧, କଳାହାଣ୍ଡିରୁ ୫୧୮, କଟକରୁ ୪୮୮ ଓ ସୁନ୍ଦରଗଡ଼ରୁ ୪୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହିଭଳି ଭାବରେ ସବୁ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି।
ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ୪ଲକ୍ଷ ୧୪ହଜାର ୦୫୬ରେ ପହଞ୍ଚିଛି। ଗତ ୨୪ଘଣ୍ଟାରେ ସୁସ୍ଥ ହୋଇଥିବା ୩୪୬୪ ଜଣଙ୍କୁ ମିଶାଇ ସମୁଦାୟ ୩ଲକ୍ଷ ୬୨ହଜାର ୯୩୧ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଯାବତ୍ ୪୯ହଜାର ୦୭୫ଟି ଆକ୍ଟିଭ କେସ୍ ରହିଛି।
ଅନ୍ୟପଟେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ମୂତାବକ ଆଜି ରାଜ୍ୟରେ ୯ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି। ସେମାନଙ୍କ ମଧ୍ୟରେ ଭଦ୍ରକ, ସୁନ୍ଦରଗଡ଼ର, କଟକ, ଗଞ୍ଜାମର ଜଣେ ଲେଖାଏଁ, ଭୁବନେଶ୍ୱରର ୩ଜଣ, କେଉଁଝରର ୨ଜଣ ରହିଛନ୍ତି। ଏହି ମୃତକମାନଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୯୭ରେ ପହଞ୍ଚିଛି।
ସୌଜନ୍ୟ – ଓଡ଼ିଶାଲାଇଭ୍